slider

Type Here to Get Search Results !

Follow Us

କାଲିଠୁ ୩ ଦିନ ପ୍ରବଳ ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ଣ୍ଣିଂ

Top Post Ad

କାଲିଠୁ ୩ ଦିନ ପ୍ରବଳ ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ଣ୍ଣିଂ




ଭୁବନେଶ୍ଵର: ରାଜ୍ୟରେ ମଙ୍ଗଳବାରଠାରୁ ୩ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସତର୍କ ସୂଚନା ଦିଆଯାଇଛି। ଏହା ସହିତ ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କନ୍ଧମାଳ, କେନ୍ଦୁଝର, ରାୟଗଡ଼ା, ମୟୂରଭଞ୍ଜ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ବୌଦ୍ଧ, ଅନୁଗୋଳ, ବରଗଡ଼, ନବରଙ୍ଗପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲାଗୁଡ଼ିକରେ ୩ ଦିନ ଯାଏ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Below Post Ad

Tags

Post a Comment

0 Comments
* Please Don't Spam Here. All the Comments are Reviewed by Admin.